fbpx

ଆଜି ଶପଥ ନେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ: ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ମଙ୍ଗଳବାର ଶପଥ ନେବେ ଜଷ୍ଟିସ ଶୁଭାଶିଷ ତାଳପତ୍ର । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ । ବର୍ତ୍ତମାନ ଜଷ୍ଟିସ ତାଳପତ୍ର ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟରତ ଅଛନ୍ତି । ଅନ୍ୟପକ୍ଷରେ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଏସ.ମୁରଲୀଧର ସୋମବାର ଅବସର ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଜଷ୍ଟିସ୍‌ ତଲାପତ୍ରଙ୍କ ମୁଖ୍ୟ ବିଚାରପତି ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଜୁଲାଇ ୧୯ ତାରିଖରେ ପ୍ରକାଶ ପାଇଥିଲା । ସୁପ୍ରିମକୋର୍ଟ କଲେଜିୟମ ମୁଖ୍ୟବିଚାରପତି ଭାବେ ତାଙ୍କ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ୍‌ କରିଥିଲେ। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଜଷ୍ଟିସ ତଲାପତ୍ରଙ୍କ ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

Get real time updates directly on you device, subscribe now.