fbpx

ରାଜ୍ୟର ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା , ଆସନ୍ତାକାଲି ପାଇଁ ଏହି ସବୁ ଜିଲ୍ଲାକୁ ଦିଆଗଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ଦୁର୍ବଳ ହେଉଥିବାରୁ ତାପମାତ୍ରା ବଢ଼ିବାରେ ଲାଗିଛି । ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରହୁଛି । ଏହାରି ମଧ୍ୟରେ ରାଜ୍ୟର ଆଜି ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ଅନ୍ୟପଟେ ଆସନ୍ତାକାଲି ( ୧୩ ତାରିଖ, ରବିବାର) ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଜଗତସିଂହପୁର ଓ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ,ଅନଗୁଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ବି ରହିଛି। ଏହି କାରଣରୁ ଉକ୍ତ ଅଞ୍ଚଳରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୪ ତାରିଖରେ କଳାହାଣ୍ଡି, ବଲାଙ୍ଗୀର ଓ ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଦେବଗଡ଼, କେନ୍ଦୁଝର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ସୋମବାର ଏହି ସବୁ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ଆଶଙ୍କା ରହିଛି।

ଶନିବାର ଅପରାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ପ୍ରଭୃତି ଉପକୂଳ ଓ ପଶ୍ଚିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ହୋଇଥିବା ସୂଚନା ରହିଛି ।

Get real time updates directly on you device, subscribe now.