fbpx

ଆଗାମୀ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା : ୧୩ ଜିଲ୍ଲାକୁ ୟେଲୋୱାର୍ଣ୍ଣିଙ୍ଗ

ଭୁବନେଶ୍ୱର : ରାଜ୍ୟରେ ପୁଣି ସକ୍ରିୟ ହେଉଛି ପାଣିପାଗ । ଆଜିଠାରୁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ଆଗୁଆ ସୂଚନା ଜାରି କରାଯାଇଛି ।

ସୂଚନା ଅନୁସାରେ, ପାଣିପାଗ ବିଶେଷଜ୍ଞ ତରଫରୁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, କାନ୍ଧମାଳ ଏବଂ ଗଞ୍ଜାମ ଆଦି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବର ଆକଳ କରାଯାଇଛି ।

ଏନେଇ ଆଞ୍ଚଳିକ ପାଣିପାଗ ଆଗାମୀ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଏହା ସହିତ ୧୮ଟି ଜିଲ୍ଲାରେ ମଧ୍ମ ଧରଣ ବର୍ଷା ହେବ ବୋଲି କୁହାଯାଇଛି ।

Get real time updates directly on you device, subscribe now.