ଲ୍ୟାଣ୍ଡିଂ ପାଇଁ କାଉଣ୍ଟଡାଉନ୍ ମଧ୍ୟରେ ଚନ୍ଦ୍ରରୁ ନୂଆ ଫଟୋ ପଠାଇଲା ଚନ୍ଦ୍ରଯାନ-୩

ନୂଆଦିଲ୍ଲୀ: ଚନ୍ଦ୍ରଯାନ-୩ର ସଫଳ ଲ୍ୟାଣ୍ଡିଂ ପାଇଁ ଇସ୍ରୋ ପକ୍ଷରୁ ଆରମ୍ଭ ହୋଇଛି କାଉଣ୍ଟଡାଉନ୍। ଚନ୍ଦ୍ରର ପାଖାପାଖି ହେଉଛି ଚନ୍ଦ୍ରଯାନ। ଆସନ୍ତା ୨୩ତାରିଖ ସନ୍ଧ୍ୟା ୬ଟା ୪ ମିନିଟ ସମୟରେ ଏହା ଚନ୍ଦ୍ରପୃଷ୍ଠରେ ଅବତରଣ କରିବ । ତେବେ ସେହିଦିନ ଅପରାହ୍ନ ୫ଟା ୪୫ରୁ ଚନ୍ଦ୍ରଯାନ-୩ର ଅବତରଣ ପ୍ରକ୍ରିୟା ଆରମ୍ଭ ହୋଇଯିବ ବୋଲି ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି । ଏହାରି ମଧ୍ୟରେ ଚନ୍ଦ୍ରରୁ ଆଉ କିଛି ନୂଆ ଫଟୋ ପଠାଇଛି ଚନ୍ଦ୍ରଯାନ-୩।

ଚନ୍ଦ୍ରପୃଷ୍ଠର ଦକ୍ଷିଣ ମେରୁରେ ସଫ୍ଟଲ୍ୟାଣ୍ଡିଂ କରିବ । ତା’ଭିତରୁ ରୋଭର ବାହାରି ୧୪ଦିନ ଚନ୍ଦ୍ରପୃଷ୍ଠରେ ବିଚରଣ କରିବ । ଏହି ସମୟରେ ଚନ୍ଦ୍ରପୃଷ୍ଠ କେଉଁ ଉପାଦାନରେ ତିଆରି ତା’ର ମଧ୍ୟ ଅନୁଧ୍ୟାନ କରିବ । ଏହାସହିତ ଜଳର ସନ୍ଧାନ କରିବ । ଅନ୍ୟପକ୍ଷରେ ଗତ ଗୁରୁବାର ପ୍ରପଲସନ ମଡ୍ୟୁଲରୁ ଅଲଗା ହୋଇଥିଲା ଲ୍ୟାଣ୍ଡର । ଏବେ ପ୍ରପଲସନ ମଡ୍ୟୁଲ ଚନ୍ଦ୍ର ଚାରିପଟେ ମାସମାସ ଧରି ଘୂରି ବୁଲିବ ।

Get real time updates directly on you device, subscribe now.