fbpx

ନାଗରିକତା ସଂଶୋଧନ ବିଲ୍ ଲାଗୁ କରିବାକୁ ସବୁ ରାଜ୍ୟ ବାଧ୍ୟ

ନୂଆଦିଲ୍ଲୀ,୧୩ା୧୨: ନାଗରିକତା ସଂଶୋଧନ ବିଲ୍ ଲାଗୁ କରିବାକୁ ସବୁ ରାଜ୍ୟ ବାଧ୍ୟ । କେନ୍ଦ୍ରୀୟ ଆଇନ ଲାଗୁ ନ କରିବାର ଅଧିକାର କୌଣସି ରାଜ୍ୟର ନାହିଁ । ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ସୂଚନା ମିଳିଛି । ସୂଚନା ଯୋଗ୍ୟ ଯେ କେରଳ, ପଶ୍ଚିମବଙ୍ଗ ଓ ପଞ୍ଜାବ ଏହି ବିଲ୍ ଲାଗୁ କରିବାକୁ ମନା କରିଥିଲେ ।

ଉଲ୍ଲେଖଯୋଗ୍ୟ ଯେ ନାଗରିକତା ସଂଶୋଧନ ବିଲ ଲୋକସଭାରେ ବହୁ ମତରେ ପାରିତ ହେବା ପରେ ରାଜ୍ୟସଭାରେ ମଧ୍ୟ ବହୁ ତର୍କ ବିତର୍କରେ ପରେ ମଧ୍ୟ ବିଲଟି ପାସ ହୋଇଥିଲା । ଗତକାଲି ମଧ୍ୟ ନାଗରିକତା ସଂଶୋଧନ ବିଲ ଉପରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ମୋହର ମାରିବା ପରେ ତାହା ଆଇନରେ ପରିଣତ ହୋଇଯାଇଛି । ଏନେଇ କେତେକ ଜାଗାରେ ଅସନ୍ତୋଷ ସହ ଅଶାନ୍ତି ମଧ୍ୟ ଦେଖା ଦେଇଛି ।

ଏହି ବିଲ୍ ଅନୁସାରେ ପାକିସ୍ତାନ, ଆଫଗାନିସ୍ତାନ ଓ ବାଙ୍ଗଲାଦେଶରେ ଧର୍ମୀୟ ହିଂସାର ସମ୍ମୁଖୀନ ହେଉଥିବା ହିନ୍ଦୁ, ବୌଦ୍ଧ, ଶିଖ୍, ଖ୍ରୀଷ୍ଟିଆନ, ପାର୍ସୀ ଓ ଜୈନ ଆଦି ସଂପ୍ରଦାୟର ଶରଣାର୍ଥୀମାନଙ୍କୁ ଭାରତରେ ନାଗରିକତା ଦିଆଯିବ । କିନ୍ତୁ ସେଥିରେ ମୁସଲିମ ମାନଙ୍କୁ ନାଗରିକତା ଦିଆଯିବ ନାହିଁ ।

Get real time updates directly on you device, subscribe now.