fbpx

ରାଜ୍ୟରେ ଆଉ ୩୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୨ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୩୧କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୧୬କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୩୧ ଆକ୍ରାନ୍ତ ଯାଜପୁରର ବୋଲି ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ କରୋନରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧୬ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ଓ ୩ଜଣ ମୃତ୍ୟୁ କରିଛନ୍ତି । ରାଜ୍ୟର ୩୧୮ଜଣ ଚିକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.