fbpx

ସ୍ୱର୍ଗତ ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଓଡିଶା ଭାସ୍କର; ବିଧାନସଭାର ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ଗତକାଲି ପରଲୋକ ହୋଇଛି । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଶନିବାର ସନ୍ଧ୍ୟା ୭ଟା ୩୧ ମିନିଟ ସମୟରେ ତାଙ୍କର ପରଲୋକ ହୋଇଛି । ସୂର୍ଯ୍ୟନାରାୟଣ ପାତ୍ରଙ୍କ ଦେହାନ୍ତକୁ ନେଇ ଗତକାଲି ଠାରୁ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଉଥିବା ଦେଖିବାକୁ ମିଳିଛି ।

ଅନ୍ୟପଟେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱର୍ଗତ ପାତ୍ରଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିଛନ୍ତି । ମରଶରୀରକୁ ଶଙ୍ଖ ଭବନକୁ ନିଆଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ । ବିଧାନସଭା ପରିସରରେ ଗାର୍ଡ ଅଫ ଅନର ପ୍ରଦାନ କରାଯିବ । ଏହାପରେ ଦିଗପହଣ୍ଡିରେ ରାଷ୍ଟ୍ରୀୟ ମର୍ୟ୍ୟାଦା ସହିତ ଶେଷକୃତ୍ୟ କରାଯିବ ବୋଲି ସୂଚନା ରହିଛି ।

ସୂଚନା ଥାଉକି, ମୃତ୍ୟୁବେଳକୁ ସ୍ୱର୍ଗତ ପାତ୍ରଙ୍କୁ ୭୫ ବର୍ଷ ହୋଇଥିଲା । ତାଙ୍କର ବିୟୋଗ ପରେ ପରିବାର ଲୋକେ ତାଙ୍କ ଚକ୍ଷୁ ଦାନ କରିଥିବା ସୂଚନା ମିଳିଛି । ତାଙ୍କର ଗୋଟିଏ ପଟ ଚକ୍ଷୁ ଦାନ କରାଯାଇଛି । ବଞ୍ଚିଥିବା ବେଳେ ସୂର୍ୟ୍ୟ ଚକ୍ଷୁ ଦାନ କରିବାକୁ କହିଥିଲେ । ମୃତ୍ୟୁ ପରେ ବଡ଼ ପୁଅ ବିପ୍ଳବ ପାତ୍ରଙ୍କ ଅନୁମତି ପରେ ଭୁବନେଶ୍ୱର ପଟିଆସ୍ଥିତ ଏଲ. ଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ ପକ୍ଷରୁ ତାଙ୍କର ଆଖି ସଂଗ୍ରହ କରାଯାଇଛି । ବର୍ତ୍ତମାନ ଆଖିର ଲେନ୍ସ ଡାକ୍ତରଖାନାରେ ରହିବା ପରେ ପ୍ରକ୍ରିୟା ମୁତାବକ ଏହାକ ଅନ୍ୟକୁ ଦାନ କରାଯିବ ବୋଲି କୁହାଯାଇଛି ।

Get real time updates directly on you device, subscribe now.