fbpx

ଆଜି ୫ ଘଣ୍ଟା ପାଇଁ ପୁରୀ ଶ୍ରୀମନ୍ଦିର ବନ୍ଦ, ଜାଣନ୍ତୁ ସମୟ 

ପୁରୀ: ଆଜି ୫ ଘଣ୍ଟା ପାଇଁ ପୁରୀ ଶ୍ରୀମନ୍ଦିର ବନ୍ଦ ରହିବ । ଆଜି ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥି ହୋଇଥିବାରୁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ରାହୁରେଖା ଲାଗି ନୀତି । ରାହୁରେଖା ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର । ସମୟ ଅନୁସାରେ, ଦିନ ୩ଟାରୁ ରାତି ୮ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପ୍ରଥମ ଭୋଗମଣ୍ଡପ ଭୋଗ ପରେ ଦର୍ଶନ ବନ୍ଦ ରହିବ ବୋଲି କୁହାଯାଇଛି ।

 

ତେବେ ସ୍ନାନପୂର୍ଣ୍ଣିମାରୁ ମହାପ୍ରଭୁଙ୍କଠାରୁ ଓଲାଗି ହୋଇଥିବା ସ୍ୱର୍ଣ୍ଣି ନିର୍ମିତ ରାହୁରେଖା ଅଳଙ୍କାରକୁ ପୁନର୍ବାର ମହାପ୍ରଭୁଙ୍କ ଶ୍ରୀମୁଖ ଚତୁଃପାର୍ଶ୍ୱରେ ଲାଗି ହେବ। ସ୍ନାନ ପୂର୍ଣ୍ଣୀମା ଦିନ ୧୦୮ ଗରା ଜଳରେ ସ୍ନାନ କରି ଥଣ୍ଡା ଜ୍ୱରରେ ପୀଡ଼ିତ ହେବା ପରେ ଶ୍ରୀଜିଉଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା। ତେବେ ପୁନର୍ବାର ଆଜି ଦେଉଳକରଣ, ତଢଉ କରଣ, ଭଣ୍ଡାର ମେକାପଙ୍କ ଉପସ୍ଥିତିରେ ଭଣ୍ଡାର ଘରୁ ରାହୁରେଖାକୁ କଢାଯିବ।

 

ପ୍ରଥମ ଭୋଗମଣ୍ଡପ ସରିବା ପରେ ପୁଷ୍ପାଳକ ସେବାୟତ ଝୋବାକଣ୍ଠି, ମଇଲମ କରିବା ସହ ମହାଜନ ସେବାୟତ ମାନେ ଭୂଦେବୀ ଏବଂ ଶ୍ରୀଦେବୀଙ୍କୁ ଖଟଶେଜ ଘରେ ବିରାଜମାନ କରାଇବେ। ଏହାପରେ ପତିମହାପାତ୍ର ସେବାୟତ ଏହି ରାହୁରେଖାକୁ ସଂସ୍କାର କରିସାରିବା ପରେ ୪ ବାଡ଼ର ବାଡଗ୍ରାହୀ ଓଷୁଅ ଏବଂ କନା ଦ୍ୱାରା ଚତୁଃର୍ଦ୍ଧାମୂର୍ତ୍ତୀଙ୍କ ଶ୍ରୀମୁଖରେ ରାହୁରେଖାକୁ ଲାଗି କରାଇବେ। ରାହୁରେଖା ନୀତି ସମାପ୍ତ ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ।

Get real time updates directly on you device, subscribe now.