fbpx

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାନେଇ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ପାଶ୍ୱର୍ବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ତତ୍‍ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇଛି । ତେବେ ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ଆଜି ମଧ୍ୟ ଦକ୍ଷିଣ-ଆଭ୍ୟନ୍ତରୀଣ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ମାଲକାନାଗାରି, କୋରାପୁଟ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗଡ଼ା, ସୁନ୍ଦରଗଡ଼, ଅନଗୁଳ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ମୌସୁମୀ ସକ୍ରିୟ ରହିବା ସହ ରାଜ୍ୟରେ ୧୭ ଦଶମିକ ୪ ମିଲିମିଟର ବର୍ଷା ରେକର୍ଡ଼ ହୋଇଛି, ଯାହା ସ୍ୱାଭାବିକ ୧୦ ଦଶମିକ ୯ ମିଲିମିଟିର ବର୍ଷା ତୁଳନାରେ ୬୦ ପ୍ରତିଶତ ଅଧିକ ଥିବା ଜଣାପଡ଼ିଛି ।

Get real time updates directly on you device, subscribe now.