fbpx

ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା, ସିମିଳିଗୁଡ଼ାରେ ସର୍ବାଧିକ ୧୫୮ ମିମିର ରେକର୍ଡ

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ବର୍ଷା ଜାରି ରହିଛି । ମୌସୁମୀ ପ୍ରଭାବରେ ଗତକାଲି କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିଲା । ଗତ ୨୪ ଘଣ୍ଟାରେ କୋରାପୁଟ ସିମିଳିଗୁଡ଼ାରେ ସର୍ବାଧିକ ୧୫୮ ମିମି ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର-କଟକ ସମେତ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା ଓ ଯାଜପୁର ଜିଲ୍ଲାର କେତେକ ଅଞ୍ଚଳରେ ବର୍ଷାର ପରିମାଣ ଅଧିକ ରହିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମୁଥିବା ବେଳେ ୧୨ ତାରିଖରୁ ପୁଣି ବଢିବ ବୋଲି ପୂର୍ବାନୁମାନ କରାଯାଇଛି । ଅନ୍ୟପକ୍ଷରେ ଏହି ମୌସୁମୀରେ ଜୁନ ୧ରୁ ସେପ୍ଟେମ୍ବର ୭ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୮୬୭.୯ ମିମି ବର୍ଷା ହୋଇଥିବା ବେଳେ ଏହାର ସ୍ୱାଭାବିକ ବର୍ଷାର ପରିମାଣ ୯୮୪୯ ମିମିଠାରୁ କମ୍ ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳୁ, କଟକ ଓ ଢେଙ୍କାନାଳରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି ।

Get real time updates directly on you device, subscribe now.