fbpx

ବଙ୍ଗୋପସାଗରରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ ! ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ଆଜି ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ସମେତ ଗଜପତି ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଏଥିସହ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେଉଁଝର, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ ଚଳିତ ମୌସୁମୀ ଋତୁରେ ଜୁନ୍ ୧ ତାରିଖରୁ ଆଜି ସୁଦ୍ଧା ରାଜ୍ୟରେ ୮୯୧ ଦଶମିକ ୮ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଛି । ଏହି ସମୟରେ ଏକ ହଜାର ଅଠର ଦଶମିକ ୪ ମିଲିମିଟର ସ୍ୱାଭାବିକ ବର୍ଷା ହୋଇଥାଏ ।

Get real time updates directly on you device, subscribe now.