fbpx

୭୮ହଜାର ଟପିଲା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୪ା୫: ଦେଶରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮ହଜାର ଟପିଥିବା ନେଇ ସୂଚନା ମିଳିଛି । ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮୦୦୩ ଥିବା ବେଳେ ମୃତ୍ୟୁ ସଂଖ୍ୟା ୨୫୪୯କୁ ବୃଦ୍ଧି ପାଇଛି । ବର୍ତ୍ତମାନ ୨୬୨୩୫ଜଣ ସୁସ୍ଥ ହୋଇଥିବା ବେଳେ ୪୯୨୧୯ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଗତ ୨୪ଘଣ୍ଟାରେ ଦେଶରେ ୩୭୨୨ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶର ସବୁଠାରୁ ମହାରାଷ୍ଟ୍ର ବେଶି ପ୍ରଭାବିତ ହୋଇଥିବା ବେଳେ ସେଠାରେ ମୃତ୍ୟୁ ସଂଖ୍ୟା ଏବେ ୯୭୫ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.