fbpx

ଲଘୁଚାପ ସକ୍ରିୟ, ୫ଦିନ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ରେଡ୍ ଓ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ୱେଲମାର୍କ ଲୋ ପ୍ରେସରର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ଅତି ଭୀଷଣ ବର୍ଷା ନେଇ ୫ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର ଓ ବଲାଙ୍ଗୀରରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏଠାରେ ରେଡୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୭୦ରୁ ୨୦୦ ମିଲିମିଟର ବର୍ଷା ନେଇ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ନୟାଗଡ଼, କଟକ, ଅନୁଗୋଳ ଓ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକୁ ମଧ୍ୟ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ ।

ବର୍ଷା ସମୟରେ ଦକ୍ଷିଣ ଓଡ଼ିଶାର ନଦୀଗୁଡ଼ିକ ଫୁଲିବ ଏବଂ କିଛି ସ୍ଥାନରେ ଭୂସ୍ଖଳନ ହେବା ନେଇ ମଧ୍ୟ ସତର୍କତା ଜାରି କରାଯାଇଛି । ଲଘୁଚାପଜନିତ ବର୍ଷା ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଲାଗି ରହିବ । ୧୭ ଏବଂ ୧୮ ତାରିଖରେ ବର୍ଷାର ପରିମାଣ କମିବା ସହ ପୁଣି ୧୯ ତାରିଖରୁ ବର୍ଷାର ପରିମାଣ ବଢିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯିବା ପରେ ସ୍ୱତନ୍ତ୍ର ରିଲିଫ କମିଶନର ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରି ସ୍ଥିତିର ସମୀକ୍ଷା କରିଛନ୍ତି । ସଂପୃକ୍ତ ଜିଲ୍ଲାଗୁଡ଼ିକରେ ଆଗୁଆ ପଦକ୍ଷେପ ନେବାକୁ ଏସଆରସି ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ହୀରାକୁଦର ଦୁଇଟି ଗେଟ୍ଖୋ ଲଗାଯାଇଛି । ବୁଧବାର ଅପରାହ୍ନରେ ଦକ୍ଷିଣ ପାଶ୍ୱର୍ ଓ ବାମପାଶ୍ୱର୍ର ଗୋଟିଏ ଲେଖାଏଁ ଗେଟ୍ ଖୋଲାଯାଇଛି । ହୀରାକୁଦର ଜଳସ୍ତର ବଢୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

Get real time updates directly on you device, subscribe now.