fbpx

ଆଜି କ୍ୟାବିନେଟ୍, ମନ୍ତ୍ରୀପରିଷଦ ବୈଠକ: ୧୦ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,: ଶୁକ୍ରବାର ବସିବ ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଅଧ୍ୟକ୍ଷତା କରିବେ । ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି । ସେହିପରି କ୍ୟାବିନେଟ୍ ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିପାରେ ।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନଟ ବୈଠକରେ ୧୯ଟି ପ୍ରସ୍ତାବ ଉପରେ ମୋହର ଲାଗିଥିଲା । ନୂଆ ଯୋଜନା ଭାବରେ ନୂତନ ଉନ୍ନତ ଅଭିଳାଷ ବା ‘ନୂଆ’ ଓଡ଼ିଶା ଯୋଜନା ଉପରେ କ୍ୟାବିନେଟ ମୋହର ବାଜିଥିଲା । ସେହିପରି ମାଣ୍ଡିଆର ପ୍ରଚାର ଓ ପ୍ରସାର ପାଇଁ ସ୍ବତନ୍ତ୍ର ଯୋଜନାକୁ ମଧ୍ୟ ମଞ୍ଜୁର ମିଳିଥିଲା । ଏହାସହିତ ମିଲେଟ ମିଶନକୁ ପ୍ରୋତ୍ସାହନ ପାଇଁ ସ୍ୱତନ୍ତ୍ର ପାଣ୍ଠିକୁ ମଞ୍ଜୁରୀ ପ୍ରଦାନ କରାଯାଇଥିଲା ।

Get real time updates directly on you device, subscribe now.