fbpx

ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଭୁବନେଶ୍ୱର: ଅନେକ ଓଡ଼ିଆ ଭଜନ ଗାଇଥିବା ଲୋକପ୍ରିୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଅଛି। ବର୍ତ୍ତମାନ ଏକ ଘରୋଇ ହସ୍ପିଟାଲର ଭେଣ୍ଟିଲେଟରରେ ତାଙ୍କର ଚିକିତ୍ସା ଚାଲିଥିବାବେଳେ ଦୀର୍ଘ ୭ ଦିନ ହେବ ଘରୋଇ ହସପିଟାଲରେ ଚିକିତ୍ସା ଚାଲିଛି। ଏବେ ସ୍ବାସ୍ଥ୍ୟାବସ୍ଥା ଧୀରେ ଧୀରେ ସୁଧୁରିଥିବାବେଳେ ମୃତ୍ୟୁ କଥା ଗୁଜବ ବୋଲି ଶାନ୍ତିଲତା କଲ୍ଚରାଲ ଟ୍ରଷ୍ଟ ସଦସ୍ୟଙ୍କ ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ଭେଣ୍ଟିଲେଟରରେ ଅଛନ୍ତି । ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତର ଜଣେ ଅତି ପରିଚିତ ଓ ଆପଣାର ନାଁ ।

ନିଜ କଣ୍ଠର ମିଠାପଣ ସହିତ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି, ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଏବଂ ବିଭୁ ଚେତନା ସୃଷ୍ଟି କରେ। ସେ ଗାଇଥିବା ଭକ୍ତି ସଙ୍ଗୀତ ପ୍ରତି ଦେଶ ବିଦେଶରେ ଲୋକଙ୍କର ବେଶ୍ ଆଦର ରହିଛି। ତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଏବଂ ଶ୍ରୀ ଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇପାରିଛି।

Get real time updates directly on you device, subscribe now.