fbpx

ଆଜି ଏବଂ କାଲି ରାଜ୍ୟର ଅଧିକାଂଶ ଜିଲ୍ଲାରେ ଝଡ଼ବର୍ଷା ହେବା ନେଇ ପାଣିପାଗ ବିଭାଗର ଆକଳନ

ଭୁବନେଶ୍ୱର: ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗର ସୂଚନା । ସେହିପରି ଆଜି ଏବଂ କାଲି ରାଜ୍ୟର ଅଧିକାଂଶ ଜିଲ୍ଲାରେ ଝଡ଼ବର୍ଷା ହେବା ନେଇ ଆକଳନ କରାଯାଇଛି । ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡାରେ ବିଜୁଳି ସହ ଝଡ଼ବର୍ଷାର ସମ୍ଭାବନା ରହିଛି । ତେବେ ଏହି ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପଟେ ଲଘୁଚାପକୁ ନେଇ ପାଣିପାଗ ବିଭାଗ ଗତକାଲି ଏକ ବଡ଼ ଅପଡେଟ ଦେଇଥିଲା । ସେପ୍ଟେମ୍ବର ୨୯ ତାରିଖ ବଙ୍ଗୋପସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଫଳରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ପୂର୍ବ-ଉତ୍ତର ଆଣ୍ଡାମାନ ସାଗର ଓ ତା’ପାଶ୍ୱର୍ବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗତକାଲି ଏନେଇ ସୂଚନା ଦିଆଯାଇଥିଲା । ମୋଟାମୋଟି ଭାବେ କହିବାକୁ ଗଲେ ଅକ୍ଟୋବର ପହିଲାରେ ଲଘୁଚାପ ହେବା ନେଇ ଆଶଙ୍କା କରାଯାଉଛି । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଇଛି ।

Get real time updates directly on you device, subscribe now.