fbpx

କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା; ପ୍ରବଳ ବର୍ଷା ହେବା ନେଇ ୨୨ଟି ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୯ ତାରିଖ ଉତ୍ତର ଆଣ୍ଡାମାନ ସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଜଣାପଡ଼ିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୨୨ଟି ଜିଲ୍ଲା ପାଇଁ ୟେଲ୍ଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପକ୍ଷରେ, ରାଜ୍ୟରେ ଜୁନ୍‍ ୧ରୁ ଆଜିସୁଦ୍ଧା ୧ ହଜାର ୮୪ ଦଶମିକ ୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଏହି ସମୟ ମଧ୍ୟରେ ସ୍ୱାଭାବିକ ବର୍ଷାର ପରିମାଣ ୧ ହଜାର ୧୨୦ ଦଶମିକ ୩ ମିଲିମିଟର ରହିଛି ।

Get real time updates directly on you device, subscribe now.