fbpx

ଦୁଇ ଜିଲ୍ଲା ସଭାପତିଙ୍କୁ ନିଯୁକ୍ତି ଦେଲା ବିଜେଡି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ବର୍ଷ ରାଜ୍ୟରେ ହେବ ବିଧାନସଭା ନିର୍ବାଚନ । ଆସନ୍ତା ବର୍ଷ ମେ ମାସ ୩୦ ତାରିଖରେ ଓଡ଼ିଶା ବିଧାନସଭାର କାର୍ଯ୍ୟକାଳ ସମାପ୍ତ ହେବ । ତେଣୁ ନିର୍ବାଚନ ପୂର୍ବରୁ ରାଜ୍ୟର ପ୍ରମୁଖ ରାଜନୈତିକ ଦଳମାନେ ପ୍ରସ୍ତୁତି ଆରମ୍ଭ କରିଦେଲେଣି । ନବୀନ ପଟ୍ଟନାୟକଙ୍କୁ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଗାଦିରେ ବସାଇବାକୁ ବିଜେଡି ଲକ୍ଷ୍ୟ ରଖିଥିବା ବେଳେ ବିଜେପି ଓ କଂଗ୍ରେସ ମଧ୍ୟ ସରକାର ଗଠନ ପାଇଁ ନିଜ ନିଜର ରଣନୀତି ପ୍ରସ୍ତୁତ କରୁଛନ୍ତି ।

ତେବେ ନିର୍ବାଚନ ପୂର୍ବରୁ ଶାସକ ବିଜେଡି ତା’ର ସଂଗଠନକୁ ସୁଦୃଢ଼ କରିବା ପ୍ରକ୍ରିୟା ଆରମ୍ଭ କରିଦେଇଛି । ନିକଟରେ ଦଳ ପଞ୍ଚାୟତ, ବ୍ଲକ, ଜିଲ୍ଲା, ରାଜ୍ୟ ସ୍ତରରେ ନୂଆ ନେତାଙ୍କୁ ନିଯୁକ୍ତି ଦେଇଥିଲା । ଏହା ମଧ୍ୟରେ ପୁଣି ବିଜେଡି ସୁପ୍ରିମୋ ଦୁଇଟି ଜିଲ୍ଲାର ସଭାପତିଙ୍କୁ ପରିବର୍ତ୍ତନ କରିଛନ୍ତି । ସମ୍ବଲପୁର ଓ ମାଲକାନାଗିରି ଜିଲ୍ଲା ସଭାପତି ଭାବେ ଦୁଇ ନେତାଙ୍କୁ ଦାୟିତ୍ୱ ଦିଆଯାଇଛି ।

ଗତ ଜୁନ ମାସରେ ମନ୍ତ୍ରୀପଦରୁ ଇସ୍ତଫା ଦେଇଥିବା ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀଙ୍କୁ ଦଳ ସମ୍ବଲପୁର ଜିଲ୍ଲା ସଭାପତି ଭାବେ ନିଯୁକ୍ତି ଦେଇଛି । ସମ୍ବଲପୁର ଜିଲ୍ଲା ସଭାପତି ସିଦ୍ଧାର୍ଥ ଦାସଙ୍କୁ ରାଜ୍ୟ ସାଧାରଣ ସମ୍ପାଦକ ଭାବେ ଦାୟିତ୍ୱ ଦିଆଯାଇଛି । ସେହିପରି ମାଲକାନଗିରି ଜିଲ୍ଲା ସଭାପତି ଦାୟିତ୍ୱରେ ଥିବା ପୂର୍ଣ୍ଣ ଚନ୍ଦ୍ର ବାକାଙ୍କ ସ୍ଥାନରେ ପୂର୍ବତନ ବିଧାୟକ ମାନସ ମାଡ଼କାମୀଙ୍କୁ ନିଯୁକ୍ତି ଦିଆଯାଇଛି ।

Get real time updates directly on you device, subscribe now.