fbpx

ବଡ଼ ଦୁର୍ଘଟଣା : ଭାରସାମ୍ୟ ହରାଇ ରାସ୍ତାରୁ ତଳକୁ ଲେଉଟିଲା ବସ

ମୋହନା : ଗତକାଲି ବିଳମ୍ବିତ ରାତିରେ ଘଟିଥିଲା ଏକ ଦୁର୍ଘଟଣା । ବ୍ରହ୍ମପୁରରୁ ଇନ୍ଦ୍ରାବତୀ ଯାଉଥିବା ବେଳେ ଏହି ଦୁର୍ଘଟଣା ହୋଇଛି । ଅଳ୍ପକେ ବର୍ତ୍ତୀଛନ୍ତି ୩୫ ଜଣ ଯାତ୍ରୀ । ଆରବି (ଜଈ) କୋଚ ନାମକ ଏକ ବସ ଭାରସାମ୍ୟ ହରାଇ ରାସ୍ତାରୁ ତଳକୁ ଲେଉଟି ଥିଲା ।

ସୂଚନା ଅନୁସାରେ, ଶୁକ୍ରବାର ଦିନ ଜଈ କୋଚ ନାମକ ଏକ ବସ ବ୍ରହ୍ମପୁରରୁ ଇନ୍ଦ୍ରାବତୀ ଯାଉଥିଲା । ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ରାସ୍ତାରୁ ତଳକୁ ଖସି ପଡିଥିବାର ଜଣାପଡିଛି । ବସରେ ୩୫ ଜଣ ଯାତ୍ରୀ ସଂପୂର୍ଣ୍ଣ ଭାବେ ସୁରକ୍ଷିତ ଅଛନ୍ତି ବୋଲି ସୂଚନା ମିଳିଛି । ତେବେ ପରବର୍ତ୍ତୀ ସମୟରେ ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଯାତ୍ରୀ ମାନଙ୍କୁ ଅନ୍ୟ ଏକ ଗାଡ଼ିରେ ତାଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଇଛନ୍ତି ।

Get real time updates directly on you device, subscribe now.