ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୨୦ ଜଣ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ୩୨୭କୁ ବୃଦ୍ଧି ପାଇଛି । ଗତକାଲି ପୁଣି ୪ ଜଣ ନୂଆ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦୮ରେ ପହଞ୍ଚିଥିଲା । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଏହି ରୋଗ ଦିନକୁ ଦିନ ବୃଦ୍ଧି ଘଟିବାରେ ଲାଗିଛି । ସୁନ୍ଦରଗଡ଼ ଜିଲ୍ଲାରେ ଏହି ସଂକ୍ରମଣ ଅଧିକ ପରିମାଣରେ ଘଟୁଛି ।
ସୂଚନା ଅନୁସାରେ, ରାଜ୍ୟରେ ସ୍କ୍ରବ ଟାଇଫସ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୦ ଜଣ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି । ଏହିପରି ଭାବରେ ଟାଇଫସ ରୋଗର ପଜିଟିଭ ସଂଖ୍ୟା ୩୦୮ରେ ପହଞ୍ଚିଥିବା ବେଳେ ଆଜି ତାହା ବୃଦ୍ଧି ପାଇ ୩୨୮ ହୋଇଯାଇଛି ।
ଏହି ରୋଗ କେବଳ ସୁନ୍ଦରଗଡ଼ ନୁହେଁ ବଲାଙ୍ଗିର ଏବଂ ବରଗଡ଼ରେ ମଧ୍ୟ ଆତଙ୍କ ଖେଳାଉଛି । ପଶ୍ଚିମ ଓଡିଶା ପରେ ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।