fbpx

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର, ୧୬ା୫(ଓଡ଼ିଶା ଭାସ୍କର): ଗଭୀର ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଗତ ୬ଘଣ୍ଟା ଧରି ୫କିମି ବେଗରେ ଗତି କରୁଛି ଲଘୁଚାପ । ୧୨ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ଘଣ୍ଟାରେ ଏହା ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ୧୮ତାରିଖ ସକାଳେ ଏହା ଅତି ଭୀଷଣ ବାତ୍ୟାର ରୂପ ନେଇପାରେ ବୋଲି ପୂର୍ବାନୁମାନ କରାଯାଉଛି । ପାରାଦୀପଠାରୁ ୧୦୪୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଅମ୍ପାନ । ୧୮ରୁ ୨୦ତାରିଖ ମଧ୍ୟରେ ବାତ୍ୟା ଓଡ଼ିଶା ଓ ପଶ୍ଚିମବଙ୍ଗକୁ ଗତି କରିବ ବୋଲି ପୂର୍ବାନୁମାନ କରାଯାଇଛି ।

Get real time updates directly on you device, subscribe now.