fbpx

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୬।୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩୯କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ବଲାଙ୍ଗୀର ଜିଲ୍ଲାର ବୋଲି ଜଣାପଡିଛି।  ଏନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଅରିନ୍ଦମ ଡାକୁଆ।  ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତ ତାଲପାଲିପଡ଼ା ଅଞ୍ଚଳର ଓ  ସେମାନେ ସୁରତରୁ ଫେରିଥିଲେ। ଭଭୟ କ୍ୱାରେଣ୍ଟିନରେ ଥିଲେ।

ଉଲ୍ଲେଖ ଯୋଗ୍ୟଯେ ରାଜ୍ୟରେ ୭୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣ ୧୯୬ ସୁସ୍ଥ ହୋଇଛନ୍ତି ଓ ୩ ଜଣଙ୍କର ମୃତ୍ୟୁ ହୋଇଛି। ଓଡ଼ିଶାରେ ଏବେ ୫୪୦ ଆକ୍ଟିଭ କେସ ରହିଛି।

Get real time updates directly on you device, subscribe now.