ରାଶିଫଳ (୧୭।୦୫।୨୦୨୦, ରବିବାର), ଜାଣନ୍ତୁ ଆପଣଙ୍କ ଦିନ କିପରି କଟିବ

ମେଷ –
ଆପଣଙ୍କର ସ୍ୱପ୍ନ ସାର୍ଥକ ହେବାପାଇଁ ଯେଉଁ କାର‌୍ୟ୍ୟ କରି ଆସୁଛନ୍ତି ତାହାର ସୁଫଳ ମିଳୁ ନଥିବାରୁ ଆପଣଙ୍କ ମନରେ ନିରାଶ ସୃଷ୍ଟିହୋଇପାରେ । କିନ୍ତୁ ସେଥିପାଇଁ ବିବ୍ରତ ହୁଅନ୍ତୁନି ।

ବୃଷ –
ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଚ଼ାହୁଁଛନ୍ତି, କିନ୍ତୁ କାର‌୍ୟ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇଛି ଆପଣଙ୍କୁ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବା ଜରୁରୀ ।

ମିଥୁନ –
ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସି ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।

କର୍କଟ –
ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ । ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।

ସିଂହ –
ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର‌୍ୟ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।

କନ୍ୟା –
ଆଜି ସନ୍ଧ୍ୟାରେ ଆପଣ ନିଜର ମୂଲ୍ୟବାନ , ଜିନିଷ ଚୋରୀ ପାଇଁ ଚିନ୍ତିତ ରହିପାରନ୍ତି । ଯେଉଁଥିପାଇଁ ଆପଣ କିଛି ସୁଚିନ୍ତିତ ପଦକ୍ଷେପ ନେଇ ପାରନ୍ତି । ତେଣୁ ସାବଧାନ ରୁହନ୍ତୁ ।

ତୁଳା –
ଅଯଥା ଭୟଯୋଗୁଁ ନିଜର ମାନସିକ ଅବସ୍ଥାକୁ ବିବ୍ରତ କରନ୍ତୁ ନାହିଁ । ବିନା କାରଣରେ ଭୟଭୀତ ହୁଅନ୍ତୁ ନାହିଁ । ଦୁଃଶ୍ଚିନ୍ତାକୁ ଆପଣେଇବା ଦରକାର ନାହିଁ, ଯୋଉଁଥିପାଇଁ ଆପଣ ଏତେ ଚିନ୍ତାଗ୍ରସ୍ତ ,ତାହା ଭିତ୍ତିହୀନ ।

ବିଛା –
ଆଜି ଆପଣ ସଫଳତାର ମୁକୁଟ ପିନ୍ଧିବେ ,ଏହି ସଫଳତାର ଅସଲ ହକଦାର ଆପଣ, କାରଣ ଏହି ସଫଳତା ପାଇବା ପାଇଁ ଆପଣ ଅପ୍ରାଣ ଉଦ୍ୟମ କରିଛନ୍ତି । ଆଜି ସବୁ ଚିନ୍ତିତରେ ଦୂରେଇ ଯାଇ ସଫଳତାକୁ ଉପଭୋଗ କରନ୍ତୁ ।

ଧନୁ –
ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।

ମକର –
ଅନ୍ୟମାନଙ୍କର ଅଭିଯୋଗ ସମାଲୋଚନାକୁ ଖାତିର ନ କରି ଦିନ କଟାଇବେ ଏବଂ ଅନ୍ୟମାନଙ୍କ ସମାଲୋଚନା ଦ୍ୱାରା ନିଜେ ପ୍ରଭାବିତ ହେବେ ନାହିଁ । ପରିଶେଷରେ ଅନ୍ୟମାନେ ଆପଣଙ୍କୁ ଗ୍ରହଣ କରିବେ ।

କୁମ୍ଭ –
ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।

ମୀନ –
ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ ।