fbpx

୫ ରାଜ୍ୟ ବିଧାନସଭା ନିର୍ବାଚନର ଆଜି ହେବ ତାରିଖ ଘୋଷଣା, ୧୨ଟାରେ ସାମ୍ବାଦିକ ସମ୍ମିଳନୀ ଡାକିଛି EC

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗ ଆଜି ୧୨ ଟାରେ ଏକ ସାମ୍ବାଦିକ ସମ୍ମିଳନୀ ଡାକିଛି । ଆଜି ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ଘୋଷଣା କରାଯିବ । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ମିଜୋରାମ ଏବଂ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ।

ମଧ୍ୟପ୍ରଦେଶ ଏବଂ ଛତିଶଗଡ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ଆସନ୍ତା ବର୍ଷ ହେବାକୁ ଥିବା ୨୦୨୪ ଲୋକସଭା ନିର୍ବାଚନର ସେମିଫାଇନାଲ ଭାବରେ ବିବେଚନା କରାଯାଉଛି । ମଧ୍ୟପ୍ରଦେଶରେ ବିଜେପି କ୍ଷମତାରେ ଥିବାବେଳେ ଛତିଶଗଡ ଏବଂ ରାଜସ୍ଥାନରେ କଂଗ୍ରେସ କ୍ଷମତାରେ ରହିଛି । ତେଲେଙ୍ଗାନାରେ ବିଆରଏସ ଏବଂ ମିଜୋରାମରେ ଏମଏନଏଫ ପରି ଏକ ଆଞ୍ଚଳିକ ଦଳ କ୍ଷମତାରେ ରହିଛନ୍ତି ।

୨୦୧୮ ରେ ନିର୍ବାଚନ ଆୟୋଗ ଦ୍ୱାରା ୬ ଅକ୍ଟୋବରରେ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲେଙ୍ଗାନା ଏବଂ ମିଜୋରାମ ପାଇଁ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଇଥିଲା । ୨୦୧୮ ମସିହାରେ ଛତିଶଗଡରେ ଦୁଇଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ମଧ୍ୟପ୍ରଦେଶ, ମିଜୋରାମ, ରାଜସ୍ଥାନ ଏବଂ ତେଲେଙ୍ଗାନାରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଛତିଶଗଡରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ନଭେମ୍ବର ୧୨ ରେ ୧୮ ବିଧାନସଭା ଆସନ ପାଇଁ ହୋଇଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ନଭେମ୍ବର ୨୦ ରେ ୭୨ ବିଧାନସଭା ଆସନ ପାଇଁ ଅନୁଷ୍ଠିତ ହୋଇଥିଲା । ସେହିପରି ମଧ୍ୟପ୍ରଦେଶ ଏବଂ ମିଜୋରାମରେ ୨୮ ନଭେମ୍ବରରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହୋଇଥିବାବେଳେ ରାଜସ୍ଥାନ ଏବଂ ତେଲେଙ୍ଗାନାରେ ୭ ଡିସେମ୍ବରରେ ଭୋଟ୍ ଗ୍ରହଣ କରାଯାଇଥିଲା । ସମସ୍ତ ପାଞ୍ଚଟି ରାଜ୍ୟରେ ନିର୍ବାଚନ ଭୋଟର ଗଣନା ୧୧ ଡିସେମ୍ବର ୨୦୧୮ ରେ ଏକକାଳୀନ ହୋଇଥିଲା ।

Get real time updates directly on you device, subscribe now.