fbpx

ଓଡ଼ିଶା ସରକାରଙ୍କ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆଜିଠୁ ସ୍ପଟ୍‍ ନାମଲେଖା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ସ୍ପଟ୍‍ ନାମଲେଖା ହେବ । ଆଜିଠାରୁ ୩୧ ତାରିଖ ଯାଏଁ ଏହି ପ୍ରକ୍ରିୟା ଚାଲିବ । ରାଜ୍ୟର ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ଆବଶ୍ୟକ ପ୍ରମାଣପତ୍ର ଦାଖଲ କରି ନାମ ଲେଖାଇବାକୁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ସ୍ପଟ୍‍ ନାମଲେଖା ସ୍କୁଲ ଅଫ୍‍ ଇଞ୍ଜିନିୟରିଂ ଏବଂ ସ୍କୁଲ ଅଫ୍‍ ସର୍ଭିସେସ୍‍ ପାଠ୍ୟକ୍ରମ ଅଧୀନରେ ଥିବା ମୋଟ୍‍ ୭ଟି ବିଷୟରେ କରାଯିବ । ନାମଲେଖା ପ୍ରକ୍ରିୟା ସକାଳ ୧୦ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ ।

ସ୍କୁଲ୍ ଅଫ୍ ଇଞ୍ଜିନିୟରିଂ ବିଭାଗ ଅଧୀନରେ ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ୍, ଭର୍ଟିକାଲ ଟ୍ରାନ୍ସପୋର୍ଟେସନ୍, ମେକାଟ୍ରୋନିକ୍ସ ଏବଂ ଇଲେକ୍ଟ୍ରିକାଲ ଟେକ୍ନୋଲୋଜି ଭଳି ୫ଟି ଅତ୍ୟାଧୁନିକ ବିଷୟ ରହିଛି। ସରକାରୀ ବା ଘରୋଇ ଶିକ୍ଷାନୁଷ୍ଠାନରୁ ୨ ବର୍ଷିଆ ଆଇଟିଆଇ/ ୩ ବର୍ଷିଆ ଡିପ୍ଲୋମା ଇଞ୍ଜିନିୟରିଂ ପାସ୍ କରିଥିବା ଛାତ୍ରଛାତ୍ରୀମାନେ ଏହି ୧ ବର୍ଷିଆ ପାଠ୍ୟକ୍ରମରେ ନାମ ଲେଖାଇପାରିବେ।

ସ୍କୁଲ୍ ଅଫ୍ ସର୍ଭିସେସ୍ ଅଧୀନରେ ହେୟାର ଫ୍ୟାସନ ଆଣ୍ତ ଡିଜାଇନ ଏବଂ ବ୍ୟୁଟି ୱେଲନେସ୍ ଆଣ୍ଡ ସ୍ପା ଭଳି ଦୁଇଟି ଅତ୍ୟାଧୁନିକ ବିଷୟ ରହିଛି। +୨ କିମ୍ବା କୌଣସି ବିଷୟରେ ଡିପ୍ଲୋମା କରିଥିବା ପ୍ରାର୍ଥୀମାନେ ଏଥିରେ ନାମ ଲେଖାଇପାରିବେ। ଏହି ପାଠ୍ୟକ୍ରମର ଅବଧି ରହିଛି ୧ ବର୍ଷ।

Get real time updates directly on you device, subscribe now.