ନୂଆଦିଲ୍ଲୀ: ଚୀନର ହାଙ୍ଗଝୋଉଠାରେ ଚାଲିଥିବା ଏସୀୟ ପାରା କ୍ରୀଡ଼ାର ଆଜି ହେଉଛି ପଞ୍ଚମ ଦିବସ । ପ୍ରଥମ ଦିନରେ ଭାରତ ୬ଟି ସ୍ୱର୍ଣ୍ଣ ସହିତ ୧୭ଟି ପଦକ, ଦ୍ୱିତୀୟ ଦିନରେ ୩ଟି ସ୍ୱର୍ଣ୍ଣ ସହିତ ୧୭ଟି ପଦକ, ତୃତୀୟ ଦିନରେ ୬ଟି ସ୍ୱର୍ଣ୍ଣ ସହିତ ୩୦ଟି ପଦକ ଓ ଚତୁର୍ଥ ଦିନରେ ୩ଟି ସ୍ୱର୍ଣ୍ଣ ସହିତ ୧୮ଟି ପଦକ ଜିତିଥିଲା । ଏହା ଫଳରେ ଭାରତର ମୋଟ ପଦକ ସଂଖ୍ୟା ୮୨ରେ ପହଞ୍ଚିବା ସହିତ ସେଥିରେ ୧୮ଟି ସ୍ୱର୍ଣ୍ଣ, ୨୩ଟି ରୌପ୍ୟ ଓ ୪୧ଟି ବ୍ରୋଞ୍ଜ ପଦକ ସାମିଲ ରହିଥିଲା ।
ତେବେ ଏହା ମଧ୍ୟରେ ଆଜି ପଞ୍ଚମ ଦିନରେ ଭାରତ ସ୍ୱର୍ଣ୍ଣରୁ ବିଜୟ ଅଭିଯାନ ଆରମ୍ଭ କରିଛି । ପୁରୁଷ ଏଫ୬୪ ଡିସକସ୍ ଥ୍ରୋ’ରେ ଭାରତ ସ୍ୱର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ପୋଛି ନେଇଛି । ଦେବେନ୍ଦର କୁମାର ସ୍ୱର୍ଣ୍ଣ, ପ୍ରଦୀପ କୁମାର ରୌପ୍ୟ ଓ ସୌରଭ ବ୍ରୋଞ୍ଜ ପଦକ ଜିତିଛନ୍ତି ।
ହାଙ୍ଗଝୋଉ ସଂସ୍କାରଣରେ ଭାରତ ସର୍ବାଧିକ ପଦକ ଜିତିବା ସହିତ ସର୍ବାଧିକ ସ୍ୱର୍ଣ୍ଣ ଜିତି ନୂଆ ରେକର୍ଡ ସୃଷ୍ଟି କରିଛି । ଚଳିତ ବର୍ଷ ଏହି ଇଭେଣ୍ଟରେ ମୋଟ ୩୦୯ ଜଣ ଭାରତୀୟ ଆଥଲେଟ୍ ଭାଗ ନେଉଥିବା ବେଳେ ସେଥିମଧ୍ୟରେ ୧୯୬ ଜଣ ପୁରୁଷ ଓ ୧୧୩ ଜଣ ମହିଳା ରହିଛନ୍ତି । ୪ ବର୍ଷ ପୂର୍ବେ ଅନୁଷ୍ଠିତ ହୋଇଥିବା ଇଣ୍ଡୋନୋସିଆର ଜାକର୍ତ୍ତା ସଂସ୍କରଣରେ ଭାରତର ୧୮୮ ଜଣ ଆଥଲେଟ୍ ଅଂଶଗ୍ରହଣ କରିଥିଲେ । ଚଳିତ ବର୍ଷ ଓଡ଼ିଶାରୁ ୭ ଜଣ କ୍ରୀଡ଼ାବିତ ଭାଗ ନେଇଛନ୍ତି । ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତ, ଦୌଡ଼କୁଦରେ ଜୟନ୍ତୀ ବେହେରା, ଦୃଷ୍ଟିହୀନ ଚେସରେ ସୌନ୍ଦର୍ଯ୍ୟକୁମାର ପ୍ରଧାନ, ହ୍ୱିଲଚେୟାର ଫେନ୍ସିରେ ପୂଜାସ୍ୱିନୀ ନାୟକ, ରାଖାଲ କୁମାର ସେଠୀ, ଭି. ରମେଶ ରାଓ ଓ ପ୍ରଫୁଲ୍ଲ କୁମାର ଖଣ୍ଡାୟତରାୟ ନିଜର ପ୍ରତିଭା ପ୍ରଦର୍ଶନ କରିବେ ।
Devender Kumar opened today's account with a 🥇medal in men's F64 discus throw at #AsianParaGames2023
Pardeep and Sourav clinched silver and bronze medals respectively.#AsianParaGames pic.twitter.com/cQIwLqf6l9
— Khel Now (@KhelNow) October 27, 2023