କିଛି ସମୟ ପରେ ଅବପାତ! ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ସୃଷ୍ଟି ହୋଇଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଲଘୁଚାପ ଗତି କରିବ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ଅବପାତ ରୂପ ନେବ । ପରେ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆସନ୍ତାକାଲି ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ୧୭ ତାରିଖ ବେଳକୁ ଓଡ଼ିଶା ଉପକୂଳ ମୁହାଁ ହେବ ବୋଲି ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛନ୍ତି ।

ଲଘୁଚାପ ପ୍ରଭାବକୁ ଦୃଷ୍ଟିରେ ରଖି ଆଜିଠାରୁ ୧୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା କରାଯାଇଛି । ଓଡ଼ିଶା ଉପକୂଳ ଏବଂ ଆଖପାଖ ଅଞ୍ଚଳକୁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି । ଏନେଇ ଟ୍ୱିଟ୍ କରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।