fbpx

ରାଜ୍ୟରେ ଆଉ ୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୨/୫ (ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ କ ରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ୮୬ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୮୦, କଣ୍ଟେନମେଣ୍ଟ ଜୋନର ଜଣେ ଓ ୫ଜଣ ଲୋକାଲ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ୮୬ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରର ୪୬,କଟକରୁ ୧୧, ନୟାଗଡ଼ରୁ ୬, ଗଞ୍ଜାମରୁ ୫ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝରରୁ ୩ଜଣ ଲେଖାଏଁ, ବଲାଙ୍ଗୀରରୁ ୨, ସୁନ୍ଦରଗଡ଼ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୧୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୯୩ ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ଘଟିଛି । ଏବେ ରାଜ୍ୟରେ ୭୮୯ ଆକ୍ଟିଭ୍ କେସ୍ ରହିଛି ।

Get real time updates directly on you device, subscribe now.