fbpx

Big Breaking: କାର-ବାଇକ ମୁହାଁମୁହିଁ, ୩ ମୃତ

ନୟାଗଡ଼: କାର-ବାଇକ ଧକ୍କା ହୋଇ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି । ଏଭଳି ଏକ ମର୍ମନ୍ତୁଦ ଘଟଣା ଘଟିଛି ନୟାଗଡ଼ ଜିଲ୍ଲା ଦଶପଲ୍ଳା ଥାନା ଅନ୍ତର୍ଗତ ସୁବଳୟା ଛକ ନିକଟରେ । ସୁବଳୟା ଛକ ନିକଟରେ ବାଇକ ଆରୋହୀ ୩ ଜଣ ଯାଉଥିବା ସମୟରେ ହଠାତ ଏକ କାର ଦ୍ରୁତ ଗତିରେ ଆସି ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । ତେବେ ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିନାହିଁ । ପୁଲିସ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି ।

Get real time updates directly on you device, subscribe now.