fbpx

ରାଶିଫଳ (୨୩।୦୫।୨୦୨୦, ଶନିବାର ), ଜାଣନ୍ତୁ ଆପଣଙ୍କ ଦିନ କିପରି କଟିବ

ମେଷ –
ଆପଣଙ୍କର କୌଣସି ପ୍ରକାର ସହଯୋଗ ଆବଶ୍ୟକ ହେଲେ ଆପଣଙ୍କର ମିତ୍ର ଏବଂ ସମ୍ପର୍କିୟ ସାହାଯ୍ୟ କରିବେ । ନିଜ ଲୋକଙ୍କର ସାହାଯ୍ୟରେ ଆପଣ ଆପଣଙ୍କର ସମସ୍ୟାର ସମାଧାନ କରିପାରିବେ ।

ବୃଷ –
ଆଜି ଆପଣଙ୍କୁ ନିଜର କେହି ଆଶ୍ଚର‌୍ୟ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର‌୍ୟ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।

ମିଥୁନ –
ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ ।

କର୍କଟ –
ଆଜି ଆପଣ ହଠାତ୍ କୌଣସି ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ ଯାହାଦ୍ୱାରା ଆପଣ ବହୁତ ଖୁସି ହେବେ । ଆଜି ଆପଣ ପୁରୁଣା ବନ୍ଧୁଙ୍କ ସହିତ ପୁରୁଣା ସ୍ମୃତି ସବୁମନେ ପକାଇପାରନ୍ତି ।

ସିଂହ –
ଆପଣଙ୍କ ଦୃଢ଼ତା ଏବଂ ଧୌର‌୍ୟ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ ।

କନ୍ୟା –
ଆଜି ଆପଣ କାହା ଉପରେ ନିର୍ଭର କରୁଛନ୍ତି । ଆପଣ ସମସ୍ତଙ୍କୁ ବିଶ୍ୱାସ ବହୁତ ଶିଘ୍ର କରିନିଅନ୍ତି ।ଏହି ଅଭ୍ୟାସକୁ ଆପଣ ପରିବର୍ତ୍ତନ କରନ୍ତୁ ନହେଲେ ଏହି ଅଭ୍ୟାସ ପାଇଁ ଆପଣ ପଛରେ ହଇରାଣରେ ପଡ଼ିବେ ।

ତୁଳା –
ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ବିଛା –
ବର୍ତ୍ତମାନ ବୋଧହୁଏ ଆପଣ କୌଣସି କଠିନ କାମ କରୁଛନ୍ତି ।ଭଲ ଭାବରେ ବୁଝିବିଚ଼ାରି କାମ କରନ୍ତୁ ଏବଂ ନିଜର ବିଚ଼ାରକୁ ଷ୍ପଷ୍ଟ ଭାବରେ ଉପସ୍ଥାପନ କରନ୍ତୁ । ବ୍ୟସ୍ତ ହୋଇ କୌଣସି ଭୂଲ୍ କରନ୍ତୁ ନାହିଁ ।

ଧନୁ –
କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବେକେ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ

ମକର –
ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ ।

କୁମ୍ଭ –
ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ହୋଇପାରେ । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି ।

ମୀନ –
ଭଲ ବନ୍ଧୁ ଆପଣଙ୍କୁ ଠିକ ଉତ୍ତର ଦେବ । ନିଜର ଜୀବନ ଶୈଳି ପରିବର୍ତ୍ତନ ପାଇଁ ବନ୍ଧୁ ମାନଙ୍କର ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କ ଠାରୁ ସକାରତ୍ମକ ଉତ୍ତର ନିଅନ୍ତୁ ।

Get real time updates directly on you device, subscribe now.