fbpx

ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଏନ୍‌କାଉଣ୍ଟର; ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର ହେଲା ଅପରାଧୀ

AAKASH

ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଏନ୍‌କାଉଣ୍ଟର। କୁଖ୍ୟାତ ଅପରାଧୀ ରଘୁ ବିଶ୍ୱାଳକୁ ପୋଲିସର ଏନ୍‌କାଉଣ୍ଟର। ରଘୁର ବାମ ଗୋଡ଼ରେ ଗୁଳି ବାଜିଥିବାବେଳେ, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର। ରଘୁ ନିକଟରୁ ବନ୍ଧୁକ ଜବତ କରିଛି ମଞ୍ଚେଶ୍ୱର ଥାନା ପୋଲିସ। ପେଟ୍ରୋଲିଂ ବେଳେ ରଘୁ ଓ ତାର ସହଯୋଗୀକୁ ପିଛା କରିଥିଲା ପୋଲିସ। ପିଛା କରିବା ବେଳେ ପୋଲିସ ଉପରକୁ ଗୁଳି ଚଳାଇଥିଲା ରଘୁ। ପାଲଟା ଗୁଳିମାଡ଼ରେ ଆହତ ହୋଇଥିଲା ରଘୁ। ରଘୁ ନାଁରେ ୧୫ଟି ଥାନାରେ ରହିଛି ଡକାୟତି ସହ ରାହାଜାନି ମାମଲା।

ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ମଞ୍ଚେଶ୍ଵର୍ ଥାନା ପୋଲିସ ଓ ସ୍ପେସାଲ୍ ସ୍କ୍ୱାର୍ଡ ମିଳିତ ଭାବେ ପୋଟ୍ରୋଲିଂ କରୁଥିବା ବେଳେ ରଘୁ ଓ ତାହାର ଜଣେ ପୁନିଆ ନାୟକ ଏକ କେଟିଏମ୍ ବାଇକରେ ଭୁବନେଶ୍ୱର ବାଲିଯାତ୍ରା ପଡିଆ ରାସ୍ତା ଦେଇ ଯାଉଥିଲେ । ଏହି ସମୟରେ ଏମାନଙ୍କୁ ପୋଲିସ ଅଟକାଇବା ରୁ ହଠାତ୍ ରଘୁ ନିଜ ମାଉଜର ବାହାର କରି ପୋଲିସ ଉପରକୁ ଗୁଳି ଚଳାଇଥିଲା । ତିନି ରାଉଣ୍ଡ ଗୁଳି ମାଡ କରିବା ପରେ ପୋଲିସ ପକ୍ଷରୁ ପାଲଟା ଗୁଳି ଚଳାଇବା ବେଳେ ରଘୁର ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ଘଟଣା ସ୍ଥଳରେ ପଡ଼ି ଯାଇଥିଲା। ପରେ ସହଯୋଗୀ ପୁନିଆ ଫେରାର ହୋଇଯାଇଛି।

Get real time updates directly on you device, subscribe now.