fbpx

ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଛୁଟି ମଞ୍ଜୁର କଲେ କେନ୍ଦ୍ର ସରକାର: କିନ୍ତୁ ଅଧା ଦିନ ମିଳିବ ଛୁଟି

ନୂଆଦିଲ୍ଲୀ: ଆସନ୍ତା ଜାନୁୟାରୀ ୨୨ ତାରିଖରେ ଅଯୋଧ୍ୟା ଶ୍ରୀରାମ ମନ୍ଦିରରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏଥିପାଇଁ ଦେଶର କେନ୍ଦ୍ର ସରକାରଙ୍କ ସମସ୍ତ ଅଫିସ୍, ଶିକ୍ଷାନୁଷ୍ଠାନ ଇତ୍ୟାଦି ବନ୍ଦ ରଖିବା ପାଇଁ ଘୋଷଣା କରିଛନ୍ତି ସରକାର । ସାରା ଦେଶରେ ଏହି ପବିତ୍ର ଅବସର ପାଇଁ କେନ୍ଦ୍ର ସରକାର ଅଧା ଦିନ ଛୁଟି ଘୋଷଣା କରିଛନ୍ତି । ମର୍ଯାଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଉପଲକ୍ଷେ ଛୁଟି ଘୋଷଣା ହୋଇଛି । ଜାନୁୟାରୀ ୨୨ ତାିରଖରେ ଅପରାହ୍ନ ୨.୩୦ ପର୍ଯ୍ୟନ୍ତ ଛୁଟି କରିବା ପାଇଁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।

Get real time updates directly on you device, subscribe now.