fbpx

ରାଜ୍ୟରେ ଆଜିଠୁ ପୁଣି ବଢ଼ିବ ଶୀତ, ୩ ଦିନ ପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ଆଜିଠୁ ପାଣିପାଗରେ ପରିବର୍ତ୍ତନ ଦେଖାଯିବ । ଏଥିସହ ବର୍ଷାରେ ବ୍ରେକ ମଧ୍ୟ ଲାଗିଛି। ଆଜିଠୁ ପ୍ରବଳ ଜାଡ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡ଼ି ଅସ୍ତବ୍ୟସ୍ତ କରିବ।

ତେବେ ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଛି ଥଣ୍ଡା ଶୁଷ୍କ ପବନ । ଏହାରି ପ୍ରଭାବରେ ଦୁଇଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ। ଆଭ୍ୟନ୍ତରୀଣ ଓଡିଶାରେ ଶୀତ ଲହରୀ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ଜାଡ ନେଇ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଘନ କୁହୁଡି ନେଇ ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାକୁ ସତର୍କ କରାଇଛି।

ଏହି ସବୁ ଅଞ୍ଚଳରେ ଶୁକ୍ରବାର ମଧ୍ୟ ରାତ୍ରିରୁ ସକାଳ ମଧ୍ୟରେ ଦୃଶ୍ୟମାନ ଦୂରତା ୨୦୦ ରୁ ୫୦ ମିଟର ମଧ୍ୟରେ ସୀମିତ ରହିବାର ସମ୍ଭାବନା ଥିବାରୁ ଯାତାୟତରେ ବାଧା ଉପୁଜିବା ସମ୍ଭାବନା ରହିଛି।ଶୀତ ଲହରୀ ସମୟରେ ଶିଶୁ ଏବଂ ବୟସ୍କ ଲୋକମାନଙ୍କୁ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଏହାସହିତ ରାତ୍ରି ସମୟରେ ବାଇକରେ ଲଙ୍ଗ୍ ଡ୍ରାଇଭରେ ଯିବାକୁ ବାରଣ କରାଯାଇଛି।

Get real time updates directly on you device, subscribe now.