ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହା ସହ ସେ ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ଏବଂ ବିଜୟ ସିହ୍ନାଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ତେବେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦଳ ପରିବର୍ତ୍ତନକୁ ନେଇ ଗତ କିଛିଦିନ ହେବ ଅନେକ ଚର୍ଚ୍ଚା ଓ ଆଲୋଚନା ଲାଗି ରହିଥିଲା। ଆଉ ଶେଷରେ ଆଜି ନୀତିଶ ତାଙ୍କର ଦଳ ପରିବର୍ତ୍ତନ କରିଛନ୍ତି। ସକାଳେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ସନ୍ଧ୍ୟାରେ ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏନଡିଏ ସମର୍ଥନରେ ରାଜ୍ୟରେ ୯ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନୀତିଶ କୁମାର।
बिहार में बनी एनडीए सरकार राज्य के विकास और यहां के लोगों की आकांक्षाओं को पूरा करने के लिए कोई कोर-कसर नहीं छोड़ेगी। @NitishKumar जी को मुख्यमंत्री और सम्राट चौधरी जी एवं विजय सिन्हा जी को उप मुख्यमंत्री पद की शपथ लेने पर मेरी बहुत-बहुत बधाई।
मुझे विश्वास है कि यह टीम पूरे…
— Narendra Modi (@narendramodi) January 28, 2024
ଏଠାରେ କହି ରଖୁଛୁ ଯେ, ଆଜି ସକାଳେ ନୀତିଶ ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର ପ୍ରଦାନ କରିଥିଲେ। ଏହାପରେ ସନ୍ଧ୍ୟାରେ ରାଜ୍ୟପାଳ ନୀତିଶଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରାଇଛନ୍ତି। ଅନ୍ୟପଟେ ନୀତିଶଙ୍କ ସହିତ ସମ୍ରାଟ ଚୌଧୁରୀ ଓ ବିଜୟ କୁମାର ସିହ୍ନା ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ତେବେ ନୀତିଶଙ୍କ ଶପଥ ଗ୍ରହଣ ସମାରୋହରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ। ଆଉ ଏହି ପରିପ୍ରେକ୍ଷୀରେ ନୀତିଶ କୁମାର ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର କହିଛନ୍ତି, “ମୁଁ ପୂର୍ବରୁ ଯେଉଁଠାରେ ଥିଲି (ଏନଡିଏ) ପୁଣି ସେଠାକୁ ଫେରି ଆସିଛି। ବର୍ତ୍ତମାନ ଅନ୍ୟ କୌଣସି ସ୍ଥାନକୁ ଯିବାର ପ୍ରଶ୍ନ ଉଠୁ ନାହିଁ।”