ସରକାର ଆଣିବେ ‘LAVA’ ଯୋଜନା: ଜାଣନ୍ତୁ, ଏଥିରେ ମିଳିବ କେଉଁ ସବୁ ଫାଇଦା

ଓଡିଶା ଭାସ୍କର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତି କ୍ରମେ ସରକାର ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟ ସରକାର ‘LAVA’ ନାମକ ଏକ ନୂଆ ଯୋଜନା ଆଣିବାକୁ ଯାଉଛନ୍ତି। ତେବେ ଏହି ନୂଆ ଯୋଜନା ଫଳରେ ରାଜ୍ୟର ଆଦିବାସୀ ମହିଳା ମାନେ ଉପକୃତ ହେବେ ବୋଲି କୁହାଯାଇଛି। ‘LAVA’ ଅର୍ଥାତ ଲଘୁ ବନ୍ୟଜାତ ଦ୍ରବ୍ୟ କ୍ରୟ ଯୋଜନା। ‘LAVA’ -ଲଘୁ ବନ୍ୟଜାତ ଦ୍ରବ୍ୟ କ୍ରୟ ଯୋଜନା ପାଇଁ ରାଜ୍ୟ ସରକାର ଶତ ପ୍ରତିଶତ ଫଣ୍ଡିଂ କରିବେ। ଯୋଜନା ପାଇଁ ଶହେ କୋଟିର ବ୍ୟୟ ବରାଦ କରାଯାଇଛି। ଏଥି ସହିତ ପ୍ରଥମ ଥର ପାଇଁ ଲଘୁ ବନଜାତ ଦ୍ରବ୍ୟ ଉପରେ ରାଜ୍ୟ ସରକାର ଏମଏସପି ଧାର୍ଯ୍ୟ କରିବେ। ପ୍ରତିବର୍ଷ ସର୍ବନିମ୍ନ ସପୋର୍ଟ ପ୍ରାଇସ୍ ନିର୍ଣ୍ଣୟ କରାଯିବ। ତେବେ ଜନଜାତି ବହୁଳ ରାଜ୍ୟର ୧୧୯ଟି ବ୍ଲକରେ ଏହି ଯୋଜନାରେ ଲାଭ ନେଇପାରିବେ ମହିଳା। ମିଶନ ଶକ୍ତି, ଟିଡିସିସି ସହ ସମନ୍ଵୟରେ ଏହି ଯୋଜନା କାର୍ଯ୍ୟ କରିବ ବୋଲି ଜଣାପଡିଛି।