fbpx

ସ୍ନାନଯାତ୍ରା ଓ ଘୋଷଯାତ୍ରା ପାଇଁ ସହଯୋଗ ଲୋଡିଲେ ମୁଖ୍ୟ ପ୍ରଶାସକ

ପୁରୀ,୧/୬(ଓଡିଶା ଭାସ୍କର): ପୁରୀ ଗୋବର୍ଦ୍ଧନ ପୀଠରେ ସ୍ନାନ ପୂର୍ଣ୍ଣିମାକୁ ନେଇ ବୈଠକ ଶେଷ ହୋଇଛି । ଶଙ୍କରାଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ସ୍ନାନ ପୂର୍ଣ୍ଣିମା, ରୁକ୍ମିଣୀ ହରଣ ନୀତି, ରଥଯାତ୍ରା ନେଇ ଆଲୋଚନା ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସ୍‌ପି ଉପସ୍ଥିତ ଥିବା ଜଣା ପଡିଛି ।
ତେବେ ସ୍ନାନ ଯାତ୍ରା ସହିତ ମହାପ୍ରଭୁମାନଙ୍କର ଘୋଷଯାତ୍ରା କିଭଳି ସୁରୁଖୁରୁରେ ହେବ ସେଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର ଆଜି ସମସ୍ତଙ୍କ ସହଯୋଗ ଲୋଡିଛନ୍ତି । ଅଧିକାରୀମାନଙ୍କ ସହିତ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ଡକ୍ଟର କୁମାର କହିଛନ୍ତି ଯେ ଶ୍ରୀଜଗନ୍ନାଥଙ୍କ ମୂଳପୀଠର କିଭଳି ବିଧି ରକ୍ଷାହେବ ସେଥିପାଇଁ ସମସ୍ତେ ସହଯୋଗ କରିବା ଆବଶ୍ୟକ । ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଆମ ସମସ୍ତଙ୍କୁ ତ୍ୟାଗ କରିବାକୁ ପଡିବ ।

ବିଶେଷଭାବେ ପୁରୀରେ ଯେଭଳି କରୋନା ସଂକ୍ରମଣ ନହୁଏ ସେଥିପାଇଁ ସେ ପୁରୀବାସୀଙ୍କ ସହଯୋଗ କାମନା କରିଛନ୍ତି । ସ୍ନାନଯାତ୍ରା ଠାରୁ ନୀଳାଦ୍ରୀବିଜେ ପର୍ଯ୍ୟନ୍ତ ଯେଭଳି ଶ୍ରୀଜୀଉମାନଙ୍କ ସମସ୍ତ କାର୍ଯ୍ୟ ବିନା ବାଧାରେ ହେବ ସେଥିପାଇଁ ପୁରୀର ସମସ୍ତ ବାସିନ୍ଦାଙ୍କୁ ସହଯୋଗ କରିବାକୁ ସେ ନିବେଦନ କରିଛନ୍ତି ।

Get real time updates directly on you device, subscribe now.