fbpx

ଆଜି ଆସୁଛନ୍ତି ବରିଷ୍ଠ ବିଜେପି ନେତା ଶିବରାଜ ସିଂ ଚୌହାନ, କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଦେବେ ଗୁରୁମନ୍ତ୍ର

ଭୁବନେଶ୍ୱର: ଆଜି ଓଡ଼ିଶା ଅସୁଛନ୍ତି ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଶିବରାଜ ସିଂ ଚୌହାନ । କଟକ ଓ ଜଗତସିଂହପୁର ସଂସଦୀୟ କ୍ଷେତ୍ରର କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ସାମିଲ ହୋଇ ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଦେବେ ଗୁରୁମନ୍ତ୍ର । ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ଦଳୀୟ ନେତା ସେତିକି ସକ୍ରିୟ ହେଉଛନ୍ତି । ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରାକ୍ ନିର୍ବାଚନୀ ପ୍ରସ୍ତୁତି ଦେଖିବାକୁ ମିଳିଛି ।

ସୂଚନାରୁ ପ୍ରକାଶ ମଧ୍ୟାହ୍ନ ୧୨ଟାରେ ଭୁବନେଶ୍ବରରେ ପହଞ୍ଚିବା ପରେ ସିଧାସଳଖ ଜଗତସିଂହପୁର ଗସ୍ତ କରିବେ । ଜଗତସିଂହପୁର ଲୋକସଭା ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଯୋଗଦେବା ପରେ ଶିବରାଜ ମା ଶାରଳାଙ୍କୁ ଦର୍ଶନ କରି ଆର୍ଶୀବାଦ ନେବେ । ସନ୍ଧ୍ୟାରେ କଟକ ସ୍ଥିତ ଶାରଳା ଭବନରେ ଅନୁଷ୍ଠିତ କଟକ ସଂସଦୀୟ କ୍ଷେତ୍ର କାର୍ଯ୍ୟକର୍ତ୍ତା ସମ୍ମଳିନୀରେ ଯୋଗଦେବେ। ଏବଂ କଟକର ଅଧିଷ୍ଟାତ୍ରୀ ଦେବୀ ମାଆ କଟକ ଚଣ୍ଡୀଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ କେବଳ ଶିବରାଜ ସିଂ ଚୌହାନ୍ ନୁହଁନ୍ତି , ମଙ୍ଗଳବାରଠୁ ଓଡିଶା ମୁହାଁ ହେଉଛନ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ବ। ଆସନ୍ତା ୧୫ ତାରିଖରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ ଓଡିଶା ଆସୁଥିବାବେଳେ ୨୨ ତାରିଖରେ ରାଜନାଥ ସିଂ ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି।

Get real time updates directly on you device, subscribe now.