fbpx

ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଯାତ୍ରା ନେଇ ପ୍ରଶାସନର ପ୍ରସ୍ତୁତି ବୈଠକ; ରାତି ୧୦ଟା ୩୦ ମଧ୍ୟରେ ମହାଦୀପ ଉଠାଇବାକୁ ନିଷ୍ପତ୍ତି

ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଯାତ୍ରା ନେଇ ପ୍ରଶାସନର ପ୍ରସ୍ତୁତି ବୈଠକ । ରାତି ୧୦ଟାରୁ ୧୦ଟା ୩୦ ମଧ୍ୟରେ ମହାଦୀପ ଉଠାଇବାକୁ ନିଷ୍ପତ୍ତି । ବିଭିନ୍ନ ନିଯୋଗ ସହ ଅତିରିକ୍ତ ଜିଲ୍ଲାପାଳଙ୍କ ବୈଠକରେ ନିଷ୍ପତ୍ତି ଗ୍ରହଣ । ଏଥିରେ ଜାଗର ଯାତ୍ରା ପାଇଁ ନୀତି ନିର୍ଘଣ୍ଟ କରାଯିବା ସହ ପରିମଳ, ଆଲୋକ ବ୍ୟବସ୍ଥା, ଟ୍ରାଫିକ୍‍ ନିୟନ୍ତ୍ରଣ, ପ୍ରତ୍ନତତ୍ତ୍ୱ ବିଭାଗର କାର୍ଯ୍ୟ ଓ ଆଇନ ଶୃଙ୍ଖଳା ଆଦି ବିଷୟ‌ରେ ବିସ୍ତୃତ ଆଲୋଚନା ହୋଇଛି । ସମୟରେ ମହାଦୀପ ଉଠିବା, ମନ୍ଦିର ପରିସରରେ ଯେପରି ବିଶୃଙ୍ଖଳା ସୃଷ୍ଟି ନହେବ, ରାସ୍ତା ମରାମତି ଓ ସଫେଇ ସହ ନାଳଗୁଡ଼ିକରେ ସ୍ଲାବ୍‌ ବ୍ୟବସ୍ଥା ଯାତ୍ରାର ପୂର୍ବ ଓ ପରଦିନ ଯଥେଷ୍ଟ ସଂଖ୍ୟକ ସଫେଇ କର୍ମଚାରୀଙ୍କୁ ନିୟୋଜିତ କରିବା ନେଇ ବୈଠକରେ ଆଲୋଚନା ହୋଇଛି।

ସେହିପରି ଏଏସ୍‌ଆଇ ପକ୍ଷରୁ ମନ୍ଦିରର ବିଭିନ୍ନ ସ୍ଥାନ ପରିଷ୍କାର କରାଯିବା ସିଂହଦ୍ୱାରଠାରୁ ଅରୁଣ ସ୍ତମ୍ଭ ଯାଏ ବ୍ୟାରିକେଡ୍‌ ବାନ୍ଧିବାକୁ କୁହାଯାଇଛି। ମନ୍ଦିର ଗର୍ଭଗୃହକୁ ପରିଷ୍କାର କରିବା ସହ ମନ୍ଦିରରେ ଲାଗିଥିବା ପିତ୍ତଳ କବାଟଗୁଡ଼ିକ ଏଏସ୍ଆଇ ସଫା କରିବ। ବିଏମ୍‍ସି ହସ୍ପିଟାଲରେ ଜରୁରୀକାଳୀନ ସେବା ପ୍ରଦାନ ପାଇଁ ବ୍ୟବସ୍ଥା କରିବାକୁ ବିଏମ୍‍ସି କର୍ତ୍ତୃପକ୍ଷଙ୍କୁ କୁହାଯାଇଛି। ସେହିଦିନ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଅଧିକ ହେବାର ଥିବାରୁ ଏହାକୁ ଲକ୍ଷ୍ୟ ରଖି ଯିବାଆସିବା ସୁବିଧା ନିମନ୍ତେ ଯାତ୍ରା ଦିନ ଓ ପରଦିନ ମୋ’ ବସ୍‌ ଚଳାଇବାକୁ ନିଷ୍ପତ୍ତି ହୋଇଛି।

Get real time updates directly on you device, subscribe now.