ଭୁବନେଶ୍ୱର: (ଓଡ଼ିଶା ଭାସ୍କର) ଆଜି ଟ୍ୱିନ ସିଟି କଟକ ଓ ଭୁବନେଶ୍ୱରରେ ହାଲୁକା ବର୍ଷା ହେଉଛି । ଏହା ବ୍ୟତୀତ ସାମାନ୍ୟ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି । ଏହି ପାଗ ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ (ଭୁବନେଶ୍ୱର) ପକ୍ଷରୁ କୁହାଯାଇଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଏପରି କୋହଲା ପାଗ ଲାଗି ରହିବ ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ୨୬ ତାରିଖ ପରେ ଏପରି ପାଣିପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ତେବେ ଅସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏପରି କୋହଲା ପାଗ ଲାଗିରହିବ ।