fbpx

କର୍ଣ୍ଣାଟକ କଂଗ୍ରେସ ବିଧାୟକ ରାଜା ଭେଙ୍କଟପ୍ପା ନାୟକଙ୍କ ପରଲୋକ

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନକୁ ଆଉ କିଛି ମାସ ଥିବାବେଳେ ଚଳିତ ବର୍ଷ କିଛି ରାଜ୍ୟରେ ବିଧାନସଭା ନିର୍ବାଚନ ହେବ । ତା’ ପୂର୍ବରୁ ଆସନ୍ତା ୨୭ ତାରିଖରେ ଦେଶର ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ତେବେ ଆଗାମୀ ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ପ୍ରସ୍ତୁତିରେ ବ୍ୟସ୍ତ ରହିଛନ୍ତି । ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର ।

ସୂଚନା ମୁତାବକ, କର୍ଣ୍ଣାଟକ ବିଧାନସଭାର କଂଗ୍ରେସ ବିଧାୟକ ରାଜା ଭେଙ୍କଟପ୍ପା ନାୟକଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକୁ ରାଜାଙ୍କୁ ୬୬ ବର୍ଷ ବୟସ ହୋଇଥିଲା । ବିଧାୟକ ରାଜାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ସହିତ ବହୁ ବରିଷ୍ଠ ନେତୃବୃନ୍ଦ ଗଭୀର ଶୋକବ୍ୟକ୍ତ କରିଛନ୍ତି ।

Get real time updates directly on you device, subscribe now.