fbpx

ରାଜ୍ୟରେ ଗଠନ ହେବ ୨୨ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC) ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି, ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ବରର ବାଲିଆପାଳ ଓ ଖଇରା, ଭଦ୍ରକର ଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓ ମଦନପୁର ରାମପୁର ଖୋର୍ଦ୍ଧାର ବୋଲଗଡ ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓ କାକଟପୁର ,ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଗଲା । ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି। ଗତ ମାସ ରେ ମୁଖ୍ୟମନ୍ତ୍ରୀ ୩୫ ଟି ନୂଆ NAC ଓ ୫ଟି ନୂଆ ମୁନିସିପାଲିଟି ଗଠନ ବିଷୟ ଘୋଷଣା କରିଥିଲେ ।

Get real time updates directly on you device, subscribe now.