କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ପେଟ୍ରୋଲ-ଡିଜେଲ ଦାମ୍ ୨ ଟଙ୍କା ଶସ୍ତା ହେଲା

ନୂଆଦିଲ୍ଲୀ: ଆଗକୁ ଲୋକସଭା ନିର୍ବାଚନ ଆସୁଥିବା ବେଳେ ତା’ ପୂର୍ବରୁ କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ-ଡିଜେଲ ଦରରେ ଲିଟର ପିଛା ୨ ଟଙ୍କା ହ୍ରାସ କରାଯାଇଛି । କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଜନସାଧାରଣଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି । ଆସନ୍ତାକାଲି ସକାଳ ୬ଟାରୁ ସାରା ଦେଶରେ ଏହି ନୂଆ ଦର ଲାଗୁ ହେବ । କେନ୍ଦ୍ରମନ୍ତ୍ରୀ ହରଦୀପ ପୁରୀ ଏନେଇ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସ’ରେ ସୂଚନା ଦେଇଛନ୍ତି । କୋଟି କୋଟି ଭାରତୀୟଙ୍କ ହିତ ସାଧନ ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପେଟ୍ରୋଲ-ଡିଜେଲରେ ଦରରେ ୨ ଟଙ୍କା ହ୍ରାସ କରିଥିବା କେନ୍ଦ୍ରମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ, ଆଜି ରାଜସ୍ଥାନ ସରକାରଙ୍କ ତରଫରୁ ମଧ୍ୟ ପେଟ୍ରୋଲ-ଡିଜେଲ ଦର ହ୍ରାସ ଘୋଷଣା କରାଯାଇଥିଲା ।

Get real time updates directly on you device, subscribe now.