fbpx

ରାଜ୍ୟରେ ଆଉ ୧୧୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୬ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୨ ଜଣ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୭୧୬କୁ ବୃଦ୍ଧି ପାଇଛି । ୧୭୩ କରୋନା ଆକ୍ରାନ୍ତଙ୍କ ମଧ୍ୟରେ କେନ୍ଦ୍ରାପଡ଼ାରୁ ୩୩, ବଲାଙ୍ଗିରରୁ ୧୬, ଯାଜପୁରରୁ ୧୧, ସୁନ୍ଦରଗଡ଼ରୁ ୧୦, ଜଗତସିଂହପୁରରୁ ୮, ଗଞ୍ଜାମରୁ ୭, ଖୋର୍ଦ୍ଧାରୁ ୭ , କଟକରୁ ୪ , ସୋନପୁରରୁ ୪, ବାଲେଶ୍ୱର, ପୁରୀ ଓ ସମ୍ବଲପୁରୁ ୩ଜଣ ଲେଖାଏ. ନୟାଗଡ଼ରୁ ୨, ମୟୁରଭଞ୍ଜରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.