fbpx

ରାଜ୍ୟରେ ପ୍ରଚଣ୍ଡ ବଜ୍ରପାତ ସମ୍ଭାବନା, ଜାଣନ୍ତୁ କ’ଣ କହୁଛି ପାଣିପାଗ ବିଭାଗ

ଓଡ଼ିଶା ଭାସ୍କର: ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ଜନିତ ବର୍ଷା ଲାଗି ରହିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏହାଫଳରେ ତାପମାତ୍ରାରେ ମଧ୍ୟ ସାମାନ୍ୟ ହ୍ରାସ ପରିବର୍ତ୍ତିତ ହେବ। ତେବେ ୧୯ ଏବଂ ୨୦ ତାରିଖରେ ଏଥିରେ ବଡ ପ୍ରଭାବ ପଡିପାରେ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ନେଇ ୧୯ ତାରିଖରେ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, କଳହାଣ୍ଡି, ବଲାଙ୍ଗିର, ରାୟଗଡା, ବୌଦ୍ଧ, ଗଞ୍ଜାମ, କନ୍ଧମାଳ ଏବଂ ନବରଙ୍ଗପୁର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ଏହାସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋପାରେ ବୋଲି ଆଶଙ୍କା କରାଯାଇଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି।

ଅପରପକ୍ଷେ ୨୦ ତାରିଖରେ ୪ଟି ଜିଲ୍ଲା କଟକ, ଖୋର୍ଦ୍ଧା, ନୟାଗଡ ଏବଂ କନ୍ଧମାଳକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ଉପକୂଳ ଓଡ଼ିଶା ବଙ୍ଗୋପସାଗରରେ ଏକ ଗୁରୁଚାପବଳୟ ସକ୍ରିୟ ରହିଥିବା ବେଳେ ପଶ୍ଚିମା ଝଡର ପ୍ରଭାବ ରହିଛି। ଏହି ନିୟାମକ ଅନୁସାରେ ରାଜ୍ୟରେ ପାଗ ବଦଳିବା ସହ କାଳବୈଶାଖୀ ଜନିତ ବର୍ଷା ଲାଗିରହିଛି। ୨୧ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ। ବର୍ଷା ପ୍ରଭାବରେ ସ୍ୱାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ବର୍ଷା ହେଲେ ବି କିଛି ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀ ପର୍ୟ୍ୟନ୍ତ ରହିବା ସହ ଗରମ ଗୁଳୁଗୁଳି ଅନୁଭୁତ ହେବାର ସମ୍ଭାବନା ରହିଛି।

ଆଗାମୀ ୪ ଦିନ ପାଇଁ ଏହି ରାଜ୍ୟଗୁଡିକରେ ମଧ୍ୟ ବର୍ଷା ହେବ:-
IMD ଅନୁଯାୟୀ, ୧୭ରୁ ୨୧ ଯାଏଁ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଉପରେ ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ତୁଫାନ ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି। ୧୯ ମାର୍ଚ୍ଚରେ କୁଆପଥର ଓ ତୁଫାନ (୫୦-୬୦ କିଲୋମିଟର ବେଗରେ) ହେବାର ସମ୍ଭାବନା ଅଛି। ମାର୍ଚ୍ଚ ୧୭ରୁ ୨୦ ମଧ୍ୟରେ ଝାଡଖଣ୍ଡ, ଓଡ଼ିଶା, ବିହାର, ଛତିଶଗଡ ଓ ପୂର୍ବ ମଧ୍ୟପ୍ରଦେଶରେ ବର୍ଷା, ବଜ୍ରପାତ ଓ ପ୍ରବଳ ପବନ ସହିତ ହାଲୁକା ଓ ମଧ୍ୟମ ଧରଣର ବର୍ଷା ହେବ। ମାର୍ଚ୍ଚ ୧୭ରୁ ୧୯ ମଧ୍ୟରେ ମଧ୍ୟପ୍ରଦେଶ ଓ ଛତିଶଗଡରେ ହାଲୁକା ଓ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ମାର୍ଚ୍ଚ ୧୯ ରେ ଝାଡଖଣ୍ଡ ଓ ଓଡି଼ଶାରେ ହାଲୁକା ଓ ମଧ୍ୟମ ଧରଣର ବର୍ଷା ହେବାରେ ସମ୍ଭାବନା ରହିଛି।

 

Get real time updates directly on you device, subscribe now.