fbpx

Breaking News; ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ଢେର: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା

ଭୁବନେଶ୍ୱର: ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ଏକ ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି । ଏ ନେଇ ବିଜାପୁର ଜିଲ୍ଲା ଏସପି ଜିତେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି । କରିଗୁଟା ଜଙ୍ଗଲରେ ସର୍ଚ୍ଚ ଅପରେସନ ସମୟରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟରେ ୩ ଜଣ ମାଓବାଦୀଙ୍କର ମୃତ୍ୟୁ ହୋଇଛି । ଗୋଟିଏ LMG, ଗୋଟିଏ AK-47 ବନ୍ଧୁକ ସହିତ ବିପୁଳ ପରିମାଣର ବିସ୍ଫୋରକ ଜବତ କରାଯାଇଥିବା ଜାଣିବାକୁ ମିଳିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଜଙ୍ଗଲରେ ଗୁଳି ବିନିମୟ ଜାରି ରହିଥିବା ଜଣାଯାଇଛି ।

Get real time updates directly on you device, subscribe now.