fbpx
BJD
BJD SKY
BJD SKY

ଯାଜପୁର ବସ୍ ଦୁର୍ଘଟଣା; ମୃତକଙ୍କ ଆତ୍ମୀୟଙ୍କୁ ୩ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଆହତଙ୍କ ସମସ୍ତ ଚିକତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

BJD

ଓଡ଼ିଶା ଭାସ୍କର: ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର କୁଆଖିଆ ନିକଟ ବାରବାଟୀ ଓଭର ବ୍ରିଜରୁ ଏକ ଯାତ୍ରୀବାହୀ ବସ୍ ତଳକୁ ଖସି ପଡ଼ିଛି। ତେବେ ଏହି ଦୁର୍ଘଟଣାରେ ୪୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପ୍ରାଥମିକ ଅବସ୍ଥାରେ ଆହତ ଯାତ୍ରୀମାନଙ୍କୁ ଧର୍ମଶାଳା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଗୁରୁତରମାନଙ୍କୁ କଟକ ବଡ଼ମେଡ଼ିକାଲକୁ ସ୍ଥାନାନ୍ତର କରାଯାଉଛି। ନିଜେ ସିଡିଏମ ଓ ଗୋଟିଏ ଟିମ ସହ ଦୁର୍ଘଟଣାସ୍ଥଳକୁ ଆସିଛନ୍ତି। ସେପଟେ ଦୁର୍ଘଟଣାରେ ମୃତକଙ୍କ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଶଣା କଲେ ମୁଖ୍ୟମନ୍ତ୍ରୀ, ଏଥିସହ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।

ଯାଜପୁର ଜିଲ୍ଲା ବାରବାଟୀ ଛକ ଅଞ୍ଚଳ ରେ ଏକ ଯାତ୍ରୀ ବାହୀ ବସ ଫ୍ଲାଏଓଭରରୁ ତଳକୁ ଖସିବା ଘଟଣାରେ ୫ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ କୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Get real time updates directly on you device, subscribe now.