fbpx

ଓଡ଼ିଶା: ନୀଳଗିରି ବିଧାନସଭା ଆସନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ଗତ ମାସ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ମାସ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିଲା । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଟିକେଟ କଟିବା ପରେ କିଛି ନେତା ଦଳ ଛାଡ଼ୁଥିବା ଦେଖାଯାଇଛି ।

ତେବେ ଓଡ଼ିଶାର ସମସ୍ତ ଲୋକସଭା ଆସନ ପାଇଁ ବିଜେପି ପୂର୍ବରୁ ୨୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା । ଗତକାଲି ବିଧାନସଭା ନିର୍ବାଚନ ପାଇଁ ଦଳ ଷଷ୍ଠ ପର୍ଯ୍ୟାୟର ୬ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଥିଲା । ତେବେ ଏହା ମଧ୍ୟରେ ଦଳ ଆଜି ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ନୀଳଗିରି ଆସନ ପାଇଁ ଦଳ ସନ୍ତୋଷ ଖଟୁଆଙ୍କୁ ପ୍ରାର୍ଥୀ କରିଛି । ଗତକାଲି ସନ୍ତୋଷ ବିଜେଡି ଛାଡ଼ିଥିବା ବେଳେ ଆଜି ବିଜେପି ତାଙ୍କୁ ପ୍ରାର୍ଥୀ କରିଛି ।

Get real time updates directly on you device, subscribe now.