fbpx

ପୂର୍ବତନ ବିଧାୟକ ସାଧୁ ନେପାକ ବିଜେଡିରୁ ଇସ୍ତଫା ଦେଲେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ସାରା ଦେଶରେ ସାତ ପର୍ଯ୍ୟାୟ ବିଶିଷ୍ଟ ମତଦାନ ପ୍ରକ୍ରିୟା ଜାରି ରହିଛି । ଏହା ମଧ୍ୟରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଆଗକୁ ଆଉ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ତେବେ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରିବା ପରେ ଟିକେଟ କଟିବା ପରେ କିଛି ନେତା ଦଳ ଛାଡ଼ି ନୂଆ ଏକ ଦଳରେ ସାମିଲ ହେଉଥିବା ଦେଖାଯାଉଛି । ସେହିପରି ଟିକେଟ ପାଇଥିବା ନେତାମାନେ ପ୍ରବଳ ଖରାକୁ ଖାତିର ନକରି ପ୍ରଚାରରେ ଲାଗିପଡ଼ିଛନ୍ତି । ଆସନ୍ତା ୧୩ ତାରିଖରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ ।

ତେବେ ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ପୂର୍ବତନ ବିଧାୟକ ସାଧୁ ନେପାକ ବିଜେଡି ଛାଡ଼ିଛନ୍ତି । ଏନେଇ ବରଗଡ଼ର ପୂର୍ବତନ ବିଧାୟକ ସାଧୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି । ୨୦୦୯ରେ ସାଧୁ ବରଗଡ଼ର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ତେବେ ଦଳ ତାଙ୍କୁ ଆଉ ଆବଶ୍ୟକ କରୁନଥିବା ସେ ଅନୁଭବ କରୁଛନ୍ତି ବୋଲି ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି । ଆଗକୁ ସେ କେଉଁ ଦଳରେ ସାମିଲ ହେବେ ସେନେଇ ସାଧୁ କିଛି ସ୍ପଷ୍ଟ କରିନାହାନ୍ତି ।

Get real time updates directly on you device, subscribe now.