fbpx

ବିଜେଡିରୁ ସସପେଣ୍ଡ ହେଲେ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ସାରା ଦେଶରେ ସାତ ପର୍ଯ୍ୟାୟ ବିଶିଷ୍ଟ ମତଦାନ ପ୍ରକ୍ରିୟା ଜାରି ରହିଛି । ଏହା ମଧ୍ୟରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଆଗକୁ ଆଉ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ତେବେ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ସେମାନଙ୍କର ପ୍ରାର୍ଥୀ ତାଲିକା ଜାରି କରିବା ପରେ ଟିକେଟ କଟିବା ପରେ କିଛି ନେତା ଦଳ ଛାଡ଼ି ନୂଆ ଏକ ଦଳରେ ସାମିଲ ହେଉଥିବା ଦେଖାଯାଉଛି । ସେହିପରି ଟିକେଟ ପାଇଥିବା ନେତାମାନେ ପ୍ରବଳ ଖରାକୁ ଖାତିର ନକରି ପ୍ରଚାରରେ ଲାଗିପଡ଼ିଛନ୍ତି । ଆସନ୍ତା ୧୩ ତାରିଖରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ ।

ତେବେ ଏହା ମଧ୍ୟରେ ରାଜନୈତିକ କ୍ଷେତ୍ରରୁ ଆସିଛି ଏକ ବଡ଼ ଖବର । ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ ବିଜେଡିରୁ ସସପେଣ୍ଡ ହୋଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ କାରଣରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି । ପ୍ରଫୁଲ୍ଲଙ୍କୁ ଦଳର ବରିଷ୍ଠ ସାଧାରଣ ସମ୍ପାଦକ ପଦରୁ ମଧ୍ୟ ନିଲମ୍ବନ କରାଯାଇଛି । ୨୦୦୬ରେ ପ୍ରଫୁଲ୍ଲ ତଳସରା ବିଧାନସଭା ଆସନରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ଏହାପରେ ସେ କଂଗ୍ରେସ ଟିକେଟରେ ୨୦୦୯ ଓ ୨୦୧୪ରେ ମଧ୍ୟ ବିଧାୟକ ଭାବେ ଜିତିଥିଲେ । ଗତ ୨୦୨୧ରେ ସେ ବିଜେଡିରେ ସାମିଲ ହୋଇଥିଲେ ।

Get real time updates directly on you device, subscribe now.