ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଘଟିଯାଇଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଏକ ବୋଲେରୋ ଡିଭାଇଡରରେ ପିଟିହେବା ଫଳରେ ୧୦ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଚିକିତ୍ସା ନିମନ୍ତେ ରାଉରକେଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ୱରରୁ ରାଉରକେଲା ଅଭିମୂଖେ ଯାତ୍ରା କରୁଥିବା ସମୟରେ ଧାନ ଘର ନିକଟରେ ଏଭଳି ଅଘଟଣ ଘଟିଥିଲା । ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ତେବେ ଦୁର୍ଘଟଣାର କାରଣ ସ୍ପଷ୍ଟ ହୋଇ ନଥିବା ବେଳେ ଡ୍ରାଇଭରଙ୍କ ଆଖି ଲାଗିଯିବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।